Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - 'ଅଭିଜିତ୍‌ଙ୍କ ଦେହନ୍ତ ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି'

Odisha

Dharmendra Pradhan / 'ଅଭିଜିତ୍‌ଙ୍କ ଦେହନ୍ତ ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି'

Satyendu Sekhar Mishra
Browse all articles by Satyendu Sekhar Mishra
·3 months ago·1 min read
'ଅଭିଜିତ୍‌ଙ୍କ ଦେହନ୍ତ ଓଡ଼ିଆ କଳା ଜଗତ ପାଇଁ ଅପୂରଣୀୟ କ୍ଷତି'
Dharmendra Pradhan

Key Points

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ ।
 
ନିଆରା ସଙ୍ଗୀତ ଶୈଳୀ ଓ ସୃଜନଶୀଳତା ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ।

ଭୁବନେଶ୍ୱର, ଜାନୁଆରୀ ୨୫ - ଓଡ଼ିଶାର ଜନପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ଅକାଳ ବିୟୋଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶ୍ରୀ ପ୍ରଧାନ ଏକ ଶୋକବାର୍ତ୍ତାରେ କହିଛନ୍ତି ଯେ, “ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍‍ ମଜୁମଦାରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ନିଜର ନିଆରା ସଙ୍ଗୀତ ଶୈଳୀ ଓ ସୃଜନଶୀଳତା ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ।”

ସେ ଆହୁରି ମଧ୍ୟ କହିଛନ୍ତି, “ତାଙ୍କର ଅକାଳ ବିୟୋଗ ଓଡ଼ିଆ କଳା ଓ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି।"
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Dharmendra Pradhan | Abhijit's death is an irreparable loss for the Odia art world Said, Dharmendra Pradhan | Argus News