Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାହାଘର କାର୍ଯ୍ୟ ସାରି ଫେରୁଥିବାବେଳେ ଦୁର୍ଘଟଣା

Ritu Das
Browse all articles by Ritu Das
·2 years ago
ବାହାଘର କାର୍ଯ୍ୟ ସାରି ଫେରୁଥିବାବେଳେ ଦୁର୍ଘଟଣା

ଅର୍ଗସ ବ୍ୟୁରୋ: ଆନନ୍ଦପୁର ବ୍ରିଜ୍ ଛକ ଶିଶୁପାର୍କ ନିକଟରେ ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିଲା କାର। ଦୁର୍ଘଟଣାରେ ୨ଜଣ ଗୁରୁତର ଆହତ ହୋଇଥିବାବେଳେ ଅନ୍ୟ ତିନିଜଣ ସାମାନ୍ୟ ଆହତ ହୋଇଛନ୍ତି। 

ସମସ୍ତ ଆହତ ସ୍ଥାନୀୟ ପଦ୍ମପୁର ଗାଁ ହୋଇଥିବା ବେଳେ ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାରୁ ଏକ ବାହାଘରରେ ବରଯାତ୍ରୀ ଯାଇ ସେଠାରୁ ଫେରି ଶାଳପଡା ଯାଉଥିବା ସମୟରେ ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ୧୦୮ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତେବେ ଗୁରୁତର ୨ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Accident while | Argus News