Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ: ପ୍ରେସମିଟରେ ଘୋଷଣା କଲେ

Ritu Das
Browse all articles by Ritu Das
·2 years ago·1 min read
ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ: ପ୍ରେସମିଟରେ ଘୋଷଣା କଲେ

ଅର୍ଗସ ବ୍ୟୁରୋ: ପ୍ରତ୍ୟକ୍ଷ ରାଜନୀତିରୁ ଓହରି ଯାଇଛନ୍ତି ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ  ଅଚ୍ୟୁତ ସାମନ୍ତ । ଆଜି ଏ ନେଇ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି। ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। 

ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଶ୍ରୀ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ। ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି। ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ସେ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored