ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Key Points
ରାଜ୍ୟରେ ୩ ଦିନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ
ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ
ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସକ୍ରିୟ ଅବପାତ । ଘଣ୍ଟା ପ୍ରତି ୨୦ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଗଭୀର ଅବପାତରେ ପରିଣତ ହେଲା l ବାଲେଶ୍ୱରଠୁ ୧୬୦ କିମି ପୂର୍ବରେ, ଦୀଘା ଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ l
ସୃଷ୍ଟି ହେଲା #ଗଭୀରଅବପାତ
— usd (@usd0705) May 29, 2025
ଗତ 3 ଘଣ୍ଟାରେ ଘଣ୍ଟାପ୍ରତି 20କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ଭାବେ ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସକ୍ରିୟ l ବାଲେଶ୍ୱର ଠାରୁ 160 କିମି ପୂର୍ବରେ, pic.twitter.com/41FOg1yt05
📱 Get Argus News App
✨ସାଗର ଦୀପ ଏବଂ ଖେପୁପାରା ମଧ୍ୟରେ ଆଜି ଅପରାହ୍ନ ସମୟରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା । ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ଜାରି ରହିଛି । ଆହୁରି ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଲି ସକାଳ ୮.୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ମୟୂରଭଞ୍ଜ । ରାଜ୍ୟର ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଆସନ୍ତାକାଲି ଯାଏ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।