Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଅର୍ଗସ ବ୍ୟୁରୋ:   ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ବିଜେଡିରେ ମିଶିଲେ ।  ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ଅଭିନେତ୍ରୀ । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ବିଜେଡିରେ ସାମିଲ ହେଇ ମୁଖ୍ୟମନ୍ତ୍ରୀ, ଭିକେ ପାଣ୍ଡିଆନ୍ ଏବଂ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି ।

ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରୁଥିବା ନଜର ଆସିଛନ୍ତି । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ବର୍ଷା କହିଛନ୍ତି, ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ । 

ଅନ୍ୟପଟେ ଅନୁଭବ ମହାନ୍ତି ବିଜେପିରେ ମିଶିଥିବାବେଳେ ବର୍ଷା ପ୍ରିୟଦର୍ଶିନୀ ବିଜେଡିରେ ମିଶିଛନ୍ତି। ପୂର୍ବରୁ ଦୁହିଁଙ୍କ ଭିତରେ ପାରିବାରିକ କଳହକୁ ନେଇ ଚର୍ଚ୍ଚା ଲାଗିରହିଥିବାବେଳେ ବର୍ତ୍ତମାନ ରାଜନୀତି ମୈଦାନରେ ଦୁହିଁଙ୍କୁ ଦେଖିବାକୁ ମିଳିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର: 

Sponsored
Actress Barsha Priyadarshini in BJD | Argus News