ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
·1 year ago

ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ୍ । ବିଶ୍ଳେଷଣ ହୋଇଥିବା ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬%ଙ୍କ ନାମରେ ରହିଛି ଅପରାଧିକ ମାମଲା ।
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି
୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାମରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବାବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ଅଛି । ଏମିତିକି ଜଣଙ୍କ ନାମରେ ଧର୍ଷଣ ମାମଲା ବି ଅଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଆହୁରି ପଢନ୍ତୁ ଓଡିଶା ଖବର...