Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ

Smruti Parija
Browse all articles by Smruti Parija
·2 years ago·2 min read
ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ

ପୁରୀ: ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗି ଏକାଦଶୀ। ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ। ତେବେ ଚାରିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ବରରୁ ଉପଶମ ହୋଇଛନ୍ତି ମହାପ୍ରଭୁ । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ । ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । 

ଗତକାଲି ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା। ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି । ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ। ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । 

ଆଜି ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବା ସହ ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ତେବେ ମହାପ୍ରଭୁ ଜ୍ୱରରେ ଅସୁସ୍ଥ ଥିବାରୁ ଭୋଗଲାଗି ସମୟରେ  ଘଣ୍ଟ ବାଜିବା ବନ୍ଦ ରହିଥାଏ । ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉ ମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି । ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆସନ୍ତାକାଲି  ଅଣସର ଦ୍ୱାଦଶୀ ନୀତି । ଏହି ନୀତି ବିଶେଷ ମହତ୍ତ୍ବପୂର୍ଣ୍ଣ । କାରଣ, ଏହିଦିନ ରାଜ ନଅରକୁ ରାଜପ୍ରସାଦ ବିଜେ କରାଯାଏ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ଦିଆଯାଏ ।

ଆହୁରି ପଢନ୍ତୁ ଓଡିଶା ଖବର...

Sponsored
After taking the dasamula-modaka, the mahaprabhu-jagannatha will be completely cured | Argus News