Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚୋରି ପରେ ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

Swayangprajna Mishra
Browse all articles by Swayangprajna Mishra
·1 year ago
ଚୋରି ପରେ ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଅର୍ଗସ ବ୍ୟୁରୋ : ଚୋରି ପରେ ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ । ବାଲେଶ୍ବର ସୋର ସିଙ୍ଗାଖୁଣ୍ଟା ବଜାରରେ ଚୋରି ପରେ ଅଗ୍ନିକାଣ୍ଡ । ନିଆଁରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜିନିଷପତ୍ର । ଗୁଜଡ଼ିହା ଗାଁର ଉପେନ୍ଦ୍ର ଦୀକ୍ଷିତ ଦୀର୍ଘଦିନ ଧରି ଏହି ବଜାରରେ ଏକ ବଡ ଗ୍ରୋସରୀ ଦୋକାନ କରିଥିଲେ ।

ଅଧିକ ପଢନ୍ତୁ ଓଡିଶା ଖବର

ବିଳମ୍ବିତ ରାତିରେ ଚୋର ମାନେ ଦୋକାନରେ ପଶି ଚୋରି କରିବାକୁ ଉଦ୍ୟମ କରି ଦୋକାନର ସଟରକୁ ଗ୍ୟାସ କଟରରେ କାଟିଥିଲେ। ପରେ ଦୋକାନରେ ନିଆଁ ଲିଗାଇଥିବା ଜଣା ପଡ଼ିଛି । ଅଗ୍ନିଶମ ବିଭାଗର  ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।  ୧ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
After the robbery, the crooks set fire to the grocery store | Argus News