Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପବିତ୍ର ଅକ୍ଷୟ ତୃତୀୟା, ଅଖିମୁଠି ଅନୁକୂଳ କରିବେ ଚାଷୀ

Banajyotshna Ray
Browse all articles by Banajyotshna Ray
·2 years ago
ପବିତ୍ର ଅକ୍ଷୟ ତୃତୀୟା, ଅଖିମୁଠି ଅନୁକୂଳ କରିବେ ଚାଷୀ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଅକ୍ଷୟ ତୃତୀୟା।  ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସରେ ଏହି ପୂଜା ପଡ଼ିଥାଏ । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ବିଧି ପରମ୍ପରା ଅନୁଯାୟୀ ଆଜି ରଥ ନିର୍ମାଣ କାର୍ଯ୍ୟର ହେବ ଶୁଭ ଅନୁକୁଳ। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ହେବ ଅନୁକୂଳ କାର୍ଯ୍ୟ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Akshaya Tritiya is alternatively referred to as Akha Teej | Argus News