Videos
|
Odisha

ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ଆଲର୍ଟ

Ritu Das
Browse all articles by Ritu Das
·1 year ago·1 min read
ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ଆଲର୍ଟ

ଗାଙ୍ଗେଟି ଓ୍ବେଷ୍ଟବେଙ୍ଗଲରୁ ଓଡ଼ିଶା ମଧ୍ୟ ଦେଇ ତେଲେଙ୍ଗାନା ପର୍ଯ୍ୟନ୍ତ ନିମ୍ନ ଚାପରେଖା ପ୍ରଭାବରେ ବଜ୍ରପାତ ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। କେନ୍ଦ୍ରାପଡା ମାର୍ଶାଘାଇରେ ସର୍ବାଧିକ ୫୪ ମିଲିମିଟର ବର୍ଷା ହୋଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଆଗାମୀ ୬ ଦିନ ଯାଏଁ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ରହିବା ନେଇ ପାଣିପାଗ ବିଭାଗର ସୂଚନା ରହିଛି। ବିଶେଷ କରି ଉତ୍ତର ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।


ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ଚେତାବନୀ। ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଏବଂ ଦେବଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟା ପ୍ରତି ବହିବ ୩୦ ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବଜ୍ରପାତ ସମୟରେ ବାହାରେ ନ ବୁଲିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ କରିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: