Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ ପାଇଁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର

Smruti Parija
Browse all articles by Smruti Parija
·1 year ago·1 min read
କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ ପାଇଁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ ପାଇଁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୩  ତାରିଖରୁ ୨୫ ତାରିଖ ଯାଏଁ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଧା, ନୟାଗଡ଼ ଏବଂ କଟକ ଜିଲ୍ଲାର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ଛୁଟି  ରହିବ। ପୂର୍ବରୁ ବାତ୍ୟାକୁ ଦୃଷ୍ଟିରେ ରଖି 23 ରୁ 25 14 ଟି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । 

ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଧିରେ ଧିରେ ଏହା ସ୍ଥଳଭାଗ ମୁହାଁ ହୋଇ ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ବାତ୍ୟା ଲାଣ୍ଡଫଲ କରିବ । ପୁରୀ ଓ ସାଗର ଦୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। 

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତି ବେଶୀରେ ୧୨୦ କିମି ବେଗରେ ବହିପାରେ ପବନ । ଏହା ପ୍ରଭାବରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଜି ସନ୍ଧ୍ୟାରେ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେବ । ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
all-college-and-universities-remains-closed-in-view-of-impending-cyclone-dana | Argus News