Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Winter Session / ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ

Rashmita Mishra
Browse all articles by Rashmita Mishra
·7 months ago·2 min read
ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ

Key Points

ଆସନ୍ତାକାଲି ଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ।
ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ବ୍ଲୁ ବୁକ ଗାଇଡ୍ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । 
ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ । ବିଧାନସଭାର ଶୀତକାଳୀନ ଅଧିବେଶନ ପୂର୍ବରୁ ମଙ୍ଗଳବାର ବସିବ ସର୍ବ ଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ ଉପସ୍ଥିତ ରହିବେ । ଶୀତକାଳୀନ ଅଧିବେଶନ ସୁରୁଖୁରୁରେ ଚାଲିବା ପାଇଁ ସମସ୍ତ ଦଳଙ୍କ ସହ ଆଲୋଚନା କରିବେ ବାଚସ୍ପତି ।

ବିଧାନସଭା ଇତିହାସ ରେ ପ୍ରଥମ ଥର ପାଇଁ ଅଧିବେଶନର ଆରମ୍ଭ ଦିନ ରାଷ୍ଟ୍ରପତିଙ୍କ ଅଭିଭାଷଣ ରହିଥିବାରୁ ବିଶେଷ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ବିଧାନସଭା ପରିସରକୁ ଦିଆଯାଇଛି ନୂଆ ରୂପ । ସେପଟେ ଆଜି ଉଭୟ ବିଜେପି, ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ ଡାକି ବିଧାନସଭା ରଣନୀତି ପ୍ରସ୍ତୁତ କରିବା ଯୋଜନା ରଖିଛନ୍ତି ।
ସେପଟେ ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁ ବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ ।

ଡିସିପି ସୁରକ୍ଷା ତଦାରଖ ଦାୟିତ୍ଵରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି ।

ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Winter Session | All-Party Meeting Today Ahead of Winter Session — Key Discussions Expected | Argus News