Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ

Odisha

ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ

Jitendra Dash
Browse all articles by Jitendra Dash
·2 years ago
ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ

ଅର୍ଗସ ବ୍ୟୁରୋ : ଆଜି ବସିଛି ସର୍ବଦଳୀୟ ବୈଠକ । ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ଅଧିବେଶନ ଯେପରି ସୁରୁଖୁରରେ ଚାଲିବ, ସେନେଇ ସବୁ ଦଳଙ୍କ ସହ ଆଲୋଚନା କରୁଛନ୍ତି ବାଚସ୍ପତି । ସେପଟେ ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳର ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି । ସେପଟେ କଂଗ୍ରେସର ବିଧାୟକ ଦଳ ବୈଠକ କାଲି ବସିବ । ବିଜେଡି ମଧ୍ୟ କାଲି ବିଧାୟକ ଦଳ ବୈଠକ କରିବ । କାଲି ଠାରୁ ଆରମ୍ଭ ହେଉଥିବା ଶୀତ ଅଧିବେଶନ ୩୦ ତାରିଖ ଯାଏଁ ଚାଲିବ । ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
All-party meeting today before winter session | Argus News