School Holiday / ପ୍ରବଳ ବର୍ଷା ଯୋଗୁ ଏହି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି...

Key Points
ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଆଜି ଛୁଟି ରହିବ ଜିଲ୍ଲାର ସମସ୍ତ ସ୍କୁଲ
ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା... ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି । ଆଜି ଛୁଟି ରହିବ ଜିଲ୍ଲାର ସମସ୍ତ ସ୍କୁଲ । ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଦେଇଥିବା ସୂଚନା । ପ୍ରତିକୂଳ ପାଣିପାଗ ଯୋଗୁଁ ଯେପରି କୌଣସି ଅଘଟଣ ନଘଟେ, ସେଥିପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ମୌସୁମୀ ପ୍ରଭାବ ସାଙ୍ଗକୁ ଘୂର୍ଣ୍ଣିବଳୟ । ପାଣିପାଗର ଡବଲ୍ ଡୋଜ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ସାଉଥ୍ ଗ୍ୟାଙ୍ଗେଟିକ ୱେଷ୍ଟ ବେଙ୍ଗଲ ବାଙ୍ଗଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସେପଟେ ଝାଡ଼ଖଣ୍ଡ ଓ ତାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ଆଉ ଗୋଟିଏ ଟ୍ରପ୍ ଲାଇନ ।
ଯାହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଆଜି ମଧ୍ୟ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ପୁରା ରାଜ୍ୟକୁ ଚେତାବନୀ ଜାରି ହୋଇଛି । ମୟୂରଭଞ୍ଜ,ସୁନ୍ଦରଗଡ଼, କେନ୍ଦୁଝର , ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ବୌଦ୍ଧ ଓ ସୋନପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖ ପରଠୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । କିନ୍ତୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ ।
📱 Get Argus News App
✨Related Topics
Explore more stories