Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ମୟୂରଭଞ୍ଜର ସବୁ ସ୍କୁଲ, କଲେଜ ଛୁଟି

Smruti Parija
Browse all articles by Smruti Parija
·1 year ago·1 min read
କାଲି ମୟୂରଭଞ୍ଜର ସବୁ ସ୍କୁଲ, କଲେଜ ଛୁଟି

ମୟୂରଭଞ୍ଜ: ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ସବୁ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ । ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହେବାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତାକାଲି ୧୪.୯.୨୦୨୪ ରିଖ ଜିଲ୍ଲାର ସମସ୍ତ ସ୍କୁଲ , କଲେଜ , ଅଙ୍ଗନବାଡି କେନ୍ଦ୍ର ଇତ୍ୟାଦି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ମୟୂରଭଞ୍ଜରେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆଭାସୀ ମାଧ୍ୟମରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । 

ସମ୍ଭାବିତ ପ୍ରକୃତିକ ବିପର୍ଯ୍ୟୟର ସାମ୍ନା କରିବା ଏବଂ ସମସ୍ତ ଆବଶ୍ୟକୀୟ କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ଦେଲେ ନିର୍ଦ୍ଦେଶ । ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ। ସମସ୍ତ ବିଡ଼ିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି ।

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
All schools to remain closed in Mayurbhanj on September 14 | Argus News