Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

 ବର୍ଷେ ୩ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
 ବର୍ଷେ ୩ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ଅର୍ଗସ ବ୍ୟୁରୋ : ବର୍ଷେ ୩ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ ।  କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ସାନବଡ଼ବିଲ ଗାଁରେ ୧ ବର୍ଷ ୩ ମାସର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଛୁଆକୁ ଖେଳାଇବା ବାହାନାରେ ଗାଁର ପବିତ୍ର ବେହେରା ଦୁଷ୍କର୍ମ କରିଥିବା ଅଭିଯୋଗ । ଶିଶୁକନ୍ୟାକୁ ପ୍ରଥମେ ଚମ୍ପୁଆ ଓ ପରେ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର୍ ହୋଇଯାଇଛି ।

ଅଧିକ ପଢନ୍ତୁ : ବାରଙ୍ଗ ତ୍ରିଶୂଳିଆ ଅଞ୍ଚଳରେ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ସୂଚନା ଅନୁଯାୟୀ, ଅଭିଯୁକ୍ତ, ଶିଶୁକନ୍ୟାକୁ ଖେଳାଇବା ବାହାନାରେ ଆଣି ଦୁଷ୍କର୍ମ କରିଥିଲା । ଛୁଆର ଚିତ୍କାର ଶୁଣି ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ସେଠାରୁ ଉଦ୍ଧାର କରି ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ଶିଶୁକନ୍ୟାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତ ପବିତ୍ର ବେହେରା ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି । ଘଟଣାର ତଦନ୍ତ କରୁଛି ପୋଲିସ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Allegation of misbehavior against a 3-month-old baby girl | Argus News