Videos
|
Odisha

ଶ୍ରୀମନ୍ଦିରରେ ଲୁହା କଡ଼େଇ ବ୍ୟବହାର ଅଭିଯୋଗ: କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ

Ritu Das
Browse all articles by Ritu Das
·1 year ago·1 min read
ଶ୍ରୀମନ୍ଦିରରେ ଲୁହା କଡ଼େଇ ବ୍ୟବହାର ଅଭିଯୋଗ: କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ରୋଷ ମଧ୍ୟରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି। ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ,  ରୋଷପାଇକ ନିଯୋଗ ର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି 7 ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। 

ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଛି। ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜର ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ଏହି କାର୍ଯ୍ୟର ନିରୀକ୍ଷଣ କରି ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକ ଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ସଂସ୍କୃତି କୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ ଡ. ପାଢୀ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Allegations of misuse | Argus News