Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବୀରମହାରାଜପୁରରେ ପଲିଟିକାଲ ମର୍ଡର ଅଭିଯୋଗ

Odisha

ବୀରମହାରାଜପୁରରେ ପଲିଟିକାଲ ମର୍ଡର ଅଭିଯୋଗ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ବୀରମହାରାଜପୁରରେ ପଲିଟିକାଲ ମର୍ଡର ଅଭିଯୋଗ

ଅର୍ଗସ ବ୍ୟୁରୋ:  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପଲିଟିକାଲ ମର୍ଡର ଅଭିଯୋଗ । ଫୁଲଚରା ଗାଁର ବିଜେପି ସମର୍ଥିତ ଯୁବକ ସୁରଥ ନାଏକଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ଅଭିଯୋଗ । ବିଜେଡି କର୍ମୀ ମାରି ଦେଇଥିବା ଅଭିଯୋଗରେ ବୀରମହାରାଜପୁର ମୁଖ୍ୟ ଛକରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ। ତେବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସୀଂସଦ ସଙ୍ଗୀତା ସିଂହଦେଓ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଛି। ତୁରନ୍ତ ଅଭିଯୁକ୍ତ ମାନକୁ ଗିରଫ କରିବା ସହିତ କଠୋର କାର୍ଯାନୁଷ୍ଠାନ ନେବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରୁଛି, ତୁରନ୍ତ ଗିରଫ କରାଯିବ ବୋଲି କହିଛନ୍ତି ଆରକ୍ଷୀ ଅଧିକ୍ଷକ। ଡଗ ସ୍କ୍ୱାର୍ଡ ଦ୍ବାରା ତଦନ୍ତ ଆରମ୍ଭ କରିଛି ପୋଲିସ । ଅଭିଯୋଗ ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଫୁଳଚରା ଗାଁ ର ସୁରଥ ନାଏକ ଗତକାଲି ସନ୍ଧ୍ୟା ୬ ଟାରୁ ନିଖୋଜ ଅଛନ୍ତି ।

ପରିବାର ଲୋକ ତାଙ୍କୁ ଖୋଜା ଖୋଜି କରିଥିବାବେଳେ ଜୋର ନିକଟରୁ ତାଙ୍କ ଚପଲ ଓ ଘୋଷାଡି ନେଇଥିବା ଚିହ୍ନ ଦେଖିଥିଲେ । ଏନେଇ ଥାନାରେ ଲିଖିତ ଅଭିଯୋଗ ପରେ ମଧ୍ୟ ପୋଲିସ ଏତଲା ରଖି ନଥିଲେ । ପରେ ବିଧାୟକ ରଘୁନାଥ ଜଗଦଲାଙ୍କ ହସ୍ତକ୍ଷେପ ପରେ ପୋଲିସ ଏତଲା ରଖିଥିଲେ ମଧ୍ୟ କୌଣସି ତତ୍ପରତା ଦେଖାଇ ନଥିବା ଅଭିଯୋଗ ହୋଇଛି । ଘଟଣାରେ କିଛି ବିଜେଡି ନେତା ଓ କର୍ମୀଙ୍କ ସଂପୃକ୍ତି ଥିବା ସହ ତାଙ୍କୁ ହତ୍ୟା କରାଯାଇଥିବା ସୁରଥଙ୍କ ପୁଅ ଅଭିଯୋଗ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Allegations of political murder in Biramaharajpur | Argus News