Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡି କର୍ମୀଙ୍କ ସଂଘବଦ୍ଧ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ ଅଭିଯୋଗ

Ritu Das
Browse all articles by Ritu Das
·2 years ago
ବିଜେଡି କର୍ମୀଙ୍କ ସଂଘବଦ୍ଧ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ ଅଭିଯୋଗ

ଅର୍ଗସ ବ୍ୟୁରୋ: ଖଲ୍ଲିକୋଟରେ ନିର୍ବାଚନୀ ହିଂସା । ବିଜେଡି କର୍ମୀଙ୍କ ସଂଘବଦ୍ଧ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଖଲ୍ଲିକୋଟର ଶ୍ରୀକୃଷ୍ଣ ଶରଣପୁର ପଂଚାୟତରେ ପୋଷ୍ଟର, ବ୍ୟାନର ଲଗାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା। ଏହାପରେ ୨୦ରୁ ଅଧିକ ବିଜେଡି କର୍ମୀ ବିଜେପି କର୍ମୀଙ୍କୁ ଘରୁ ଡାକୁ ନେଇ ମରଣାନ୍ତକ ଆକ୍ରମଣ କରିଥିଲେ । ଏଥିରେ ଚାରିଜଣ ଆହତ ହୋଇଥିଲେ। 

ଗୁରୁତର ଅବସ୍ଥାରେ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଦିଲୀପ ପାହାନଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ତୀବ୍ର ଉତ୍ତେଜନା ଦେଖାଯାଇଛି । ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଜୋର ଧରିଛି । ପୋଲିସ ଘଟଣାର ତଦନ୍ତ କରୁଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Alleged death | Argus News