Videos
|
Odisha

ଯୋଜନାରେ ସରପଞ୍ଚ, ନିର୍ବାଚିତ ଜନପ୍ରତିନିଧିଙ୍କୁ ସାମିଲ୍ କରିବାକୁ ନିର୍ଦ୍ଦେଶ

Jitendra Dash
Browse all articles by Jitendra Dash
·2 years ago
ଯୋଜନାରେ ସରପଞ୍ଚ, ନିର୍ବାଚିତ ଜନପ୍ରତିନିଧିଙ୍କୁ ସାମିଲ୍ କରିବାକୁ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ : ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା। ଏହି ଯୋଜନାରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ପ୍ରକଳ୍ପ ଚୟନରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦେବା ପାଇଁ ଘୋଷଣା କରିଥିଲେ ରାଜ୍ୟ ସରକାର। ବିଡିଓଙ୍କ ଜରିଆରେ ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଥିଲା ପ୍ରାବଧାନ। ଏହି ଯୋଜନାରେ ସାମିଲ ହେବା ପାଇଁ ହାଇକୋର୍ଟରେ ଏକାଧିକ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧି ଆବେଦନ କରିଥିଲେ। ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏହି ମାମଲା ପରିଚାଳନା କରୁଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Ama odisha nabin odisha issue | Argus News