Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News -  ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

Odisha

 ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

Manini Pattanayak
Browse all articles by Manini Pattanayak
·1 year ago
 ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

କେନ୍ଦୁଝର: ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ। ଗାଁ କୁ ରାସ୍ତା ନଥିବାରୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ପରିବାର ଲୋକେ ଖଟିଆରେ ପାଖାପାଖି ୧ କିଲୋମିଟର ରାସ୍ତା ଏବଂ ଏକ ନାଳ ପାର କରାଇଥିଲେ।

ଏଭଳି ଘଟଣା ଦେଖିବାକୁ ମିଳିଛି ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଶାମୁକାନାଣ୍ଡି ପଞ୍ଚାୟତ ମଧୁବନ ଗ୍ରାମରେ। ଗ୍ରାମର ମାସି ଗୁଇଆଙ୍କ ପତ୍ନୀ ପାର୍ବତୀଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ଫଳରେ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ମଧୁବନ ଗ୍ରାମକୁ ଯିବାକୁ ଭଲ ରାସ୍ତା ନଥିବାରୁ ଏବଂ ମଝିରେ ଏକ ନାଳ ଥିବାରୁ ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ପରିବାର ଲୋକେ ପାର୍ବତୀଙ୍କୁ ଖଟିଆରେ ବୋହି ଆଣି ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଥିଲେ । ଆମ୍ବୁଲାନ୍ସ ଯୋଗେ ପାର୍ବତୀଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
Ambulance could not go to the village as there was no road | Argus News