Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Amit saha odisha visit / ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

Bikash Mohanty
Browse all articles by Bikash Mohanty
·4 months ago·2 min read
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
Amit Shah

Key Points

ଓଡ଼ିଶା ଆସିବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ  ଅମିତ୍ ଶାହ
୫ ତାରିଖରେ ଓଡ଼ିଶା ଆସିବେ  ଅମିତ୍ ଶାହ
ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ 

ଆସନ୍ତା ୫ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ  ଅମିତ୍ ଶାହ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । ତେବେ ଗୃହ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ ।


କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳି ସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ବିଭିନ୍ନ ବିଭାଗ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେହିପରି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି ନିଶ୍ଚିତ କରାଯିବାକୁ ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସହିତ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ଓ ପୁଲିସ୍ ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳ, କଟକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ 
ଏଥିସହ ପଢ଼ନ୍ତୁ:  
ଭୁବନେଶ୍ବରରେ ପୂର୍ବ ଭାରତର ଦକ୍ଷତା ମହାକୁମ୍ଭ,5 ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରୁ ଭାଗନେବେ ଛାତ୍ରଛାତ୍ରୀ

Sponsored
Amit saha odisha visit | Amit Shah Odisha Visit: Union Home Minister to Arrive on March 5 for Two-Day Tour | Argus News