Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Amit saha odisha visit / ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Bikash Mohanty
Browse all articles by Bikash Mohanty
·4 months ago·2 min read
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Amit Shah

Key Points

ଓଡ଼ିଶା ଆସୁଛନ୍ତି ଅମିତ ଶାହ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 
ଆସନ୍ତା କାଲି କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ


ଓଡ଼ିଶା ଆସୁଛନ୍ତି ଅମିତ ଶାହ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । ଗୃହ ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡି କରାଯାଇଛି ।

କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଆଜି ସଂଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳି ସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ, ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ।  ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେବିଭିନ୍ନ ବିଭାଗ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯାଇଛି।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି ନିଶ୍ଚିତ କରାଯିବାକୁ ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Amit saha odisha visit | Amit saha odisha visit | Amit Shah Odisha Visit: Union Home Minister to Arrive for Two-Day Tour | Argus News