ମହାପ୍ରଭୁଙ୍କ ଜମିରେ ଲାଗିଲା ଶ୍ରୀମନ୍ଦିର ପ୍ରଶାସନର ସୂଚନା ଫଳକ
·1 year ago

ଅର୍ଗସ ବ୍ୟୁରୋ: ଜମି ଜବରଦଖଲକାରୀଙ୍କୁ ଝଟକା। ମହାପ୍ରଭୁଙ୍କ ଜମିରେ ଲାଗିଲା ଶ୍ରୀମନ୍ଦିର ପ୍ରଶାସନର ସୂଚନା ଫଳକ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ନିଜସ୍ବ ଭୂସମ୍ପତ୍ତି ବୋଲି ଫଳକ ଲଗାଇ ସ୍ପଷ୍ଟ କରିଛି। ଏହି ଜମିରେ ଅନଧିକାର ପ୍ରବେଶ କଲେ ଆଇନ୍ ଅନୁଯାୟୀ ଦଣ୍ଡନୀୟ ଅପରାଧ ବୋଲି ସୂଚନା ଫଳକରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଉଲ୍ଲେଖ କରାଯାଇଛି।
ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ତାଳବଣିଆ ମୌଜା ଖାତା ନମ୍ବର୍ ୭୯୧ର ୬ଟି ପ୍ଲଟର ପ୍ରାୟ ୫୦ ଡିଶିମିଲ୍ ଜାଗାକୁ ତାର ବାଡ ବୁଲାଇ ଜବରଦଖଲ କରାଯାଇଥିଲା । କୁମ୍ଭାରପଡ଼ା ଥାନାରେ ଏନେଇ ଏତଲା ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: