ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ଅର୍ଗସ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ଏନେଇ ଆଇଏମ୍ଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି । ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତା ଗୁଡ଼ିକ କମ ଦୃଶ୍ୟମାନ ରହିବ । ରାସ୍ତା ଜଳମଗ୍ନ ଏବଂ ନିମ୍ନମାନର ଅଞ୍ଚଳଗୁଡିକର ଜଳମଗ୍ନ ହେବାର ସମ୍ଭାବନା ରହିଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ରୁ ଏଯାବତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି ।
📱 Get Argus News App
✨ଓଡ଼ିଶାରେ ଜୁନ୍ରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଜୁଲାଇରେ ୯% ଅଧିକ ବର୍ଷା ରହିଛି । ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...