ପୁଣି କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା

ପୁଣି କିଟରେ ଛାତ୍ରୀଙ୍କ ଆତ୍ମହତ୍ୟା। କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ପୋଲିସ କମିଶନର ଏସ. ଦେବଦତ୍ତ ସୂଚନ ଦେଇଛନ୍ତି।
ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ମୃତ ଛାତ୍ରୀଙ୍କ ନାଁ ସନ୍ନି ଶାହା । ୪ନମ୍ୱର କ୍ୟାମ୍ପସ ରୁମ୍ ନମ୍ୱର ୧୧୧ରୁ ମିଳିଲା ମୃତଦେହ । ଏବେ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ ଡିସିପି ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି ।
ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକୃତି ସାମଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା ବୋଲି ଜଣାପଡ଼ିଛି। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ଉତ୍ପୀଡ଼ନର ଶିକାର ହୋଇଥିଲେ।
📱 Get Argus News App
✨ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇନଟରନ୍ୟାସନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ “ଗୁରୁତର ଅବହେଳା” ବୋଲି କୁହାଯାଇଥିଲା।