Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସମାଜର ଶେଷ ଧାଡ଼ିରେ ଥିବା ଲୋକଙ୍କ ପାଖରେ ଘର ପହଞ୍ଚାଇବ ଅନ୍ତ୍ୟୋଦୟ

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·1 min read
ସମାଜର ଶେଷ ଧାଡ଼ିରେ ଥିବା ଲୋକଙ୍କ ପାଖରେ ଘର ପହଞ୍ଚାଇବ ଅନ୍ତ୍ୟୋଦୟ

ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା । କଳାହାଣ୍ଡିରୁ ଆଜି ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ କଳାହାଣ୍ଡି ସଦର ମହକୁମା ଭବାନୀପାଟଣା କ୍ରିଷ୍ଣାନଗର ପଡ଼ିଆରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ରାଜ୍ୟର ୫୦ ହଜାର ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । କେବଳ କଳାହାଣ୍ଡି ଜିଲ୍ଲାରୁ ପ୍ରଥମ ପର୍ଯ୍ୟାୟରେ ୩ ହଜାରରୁ ଅଧିକ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟାଦେଶ ବଣ୍ଟନ କରାଯିବ।

ସମାଜର ଶେଷ ଧାଡ଼ିରେ ଥିବା ଲୋକଙ୍କ ପାଖରେ ଆବାସ ପହଞ୍ଚାଇବା ଏହି ଯୋଜନାର ଲକ୍ଷ୍ୟ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର କଳାହାଣ୍ଡି ଗସ୍ତରେ ଯିବେ ମୋହନ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ପଞ୍ଚାୟତରାଜ ମନ୍ତ୍ରୀ ରବିନାରାୟଣ ନାଏକ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ୬୦୦କୋଟିରୁ ଅଧିକ ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ । କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ।


ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓଙ୍କ ମାଧ୍ୟମରେ ଆବେଦନ କରିହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Antyodaya will provide homes to the most marginalized people in society | Argus News