ବର୍ଷା-ଅନୁଭବଙ୍କ ବାଦ ବିବାଦ ସଂପର୍କରେ ପୂର୍ଣ୍ଣଚ୍ଛେଦ
·2 years ago

ଅର୍ଗସ ବ୍ୟୁରୋ: ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବାଦ ବିବାଦ ସଂପର୍କରେ ପୂର୍ଣ୍ଣଚ୍ଛେଦ ପଡିଛି । ଛାଡପତ୍ର ପାଇଁ ଲାଗିରହିଥିବା ଆଇନଗତ ଲଢେଇରେ ଶେଷରେ ସାଂସଦ ଅନୁଭବ ମହାନ୍ତିଙ୍କର ବିଜୟ ହୋଇଥିବା ସେ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶୀନିଙ୍କ ଠାରୁ ଛାଡପତ୍ର ପାଇଁ କୋର୍ଟଙ୍କ ମଂଜୁରୀ ମିଳିଛି ।
ଏହି ଲଢେଇରେ ଯେଉଁମାନେ ତାଙ୍କ ସହ ଏବଂ ତାଙ୍କ ପରିବାର ସହ ଥିଲେ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ଅନୁଭବ । ମିଛ ବିବାହର ଯନ୍ତ୍ରଣାରୁ ତାଙ୍କୁ ମୁକ୍ତି ମିଳିଛି । ତଥାପି ବର୍ଷାଙ୍କ ଖୁସି ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି । ୧୦ ବର୍ଷ ବିବାହ ବାର୍ଷିକୀ ପୂର୍ବରୁ କୋର୍ଟଙ୍କ ଏଭଳି ନିଷ୍ପତ୍ତି ଆସିଥିବାରୁ ସେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରିଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: