Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ନେଇ ଦ୍ବନ୍ଦ୍ବ ହେଲା ଦୂର

Odisha

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ନେଇ ଦ୍ବନ୍ଦ୍ବ ହେଲା ଦୂର

Banajyotshna Ray
Browse all articles by Banajyotshna Ray
·12 months ago·1 min read
ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ନେଇ ଦ୍ବନ୍ଦ୍ବ ହେଲା ଦୂର

Key Points

ମାତୃତ୍ୱ ଛୁଟି ନେଇ ଦ୍ବନ୍ଦ୍ବ ହେଲା ଦୂର

ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବ

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି ନେଇ ଦ୍ବନ୍ଦ୍ବ ହେଲା ଦୂର । ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବ । ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି । ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି । ମୁଖ୍ୟମନ୍ତ୍ରୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି ।


ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ । ଆଉ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବାପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।


ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି । ଯଦି ମାତୃତ୍ଵ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ ସେହିଦିନ ସେ ସେହି ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ଵ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
as-per-existing-rules-a-woman-government-employee-is-entitled-to-180-days-of-maternity-leave-for-up-to-two-surviving-children | Argus News