Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖିବ ଏଏସଆଇ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖିବ ଏଏସଆଇ

ଅର୍ଗସ ବ୍ୟୁରୋ :   ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖିବ ଏଏସଆଇ। ଆସନ୍ତା 15 ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଆସନ୍ତା 13 ତାରିଖରେ ପୌଷ ପୂର୍ଣ୍ଣିମା, ମହାପ୍ରଭୁଙ୍କ ସୁନାବେଶ, 14 ତାରିଖରେ ମକର ସଂକ୍ରାନ୍ତି ଥିବାରୁ ପ୍ରବଳ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି କହିଛନ୍ତି। ତେବେ ଆସନ୍ତା 16 ତାରିଖରୁ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ପୁର୍ନବାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ସେପଟେ ନାଟମଣ୍ଡପରେ 6 ଥାକିଆ ଧାଡି ଦର୍ଶନ ଉପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଆସନ୍ତା 20 ତାରିଖରେ ହେବ ନାହିଁ ନାଟମଣ୍ଡପର ଧାଡି ଦର୍ଶନ ବ୍ୟବସ୍ଥା।


ନାଟମଣ୍ଡପରେ କିଛି ହୁଣ୍ଡି ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସେସବୁକୁ ଅପସାରଣ କରାଯିବ। ଏହାପରେ ନାଟମଣ୍ଡପରେ ଭକ୍ତଙ୍କ ପାଇଁ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ତେଣୁ ଖୁବଶୀଘ୍ର ପରିଚାଳନା କମିଟି ଗଠନ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପରିଚାଳନା କମିଟି ଗଠନ ହେବାପରେ କମିଟିର ସୁପାରିଶ ଅନୁସାରେ ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଅନ୍ୟାନ୍ୟ ସୁବିଧା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ASI will stop the repair work of Ratnabhandra from today | Argus News