ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ, ରାଜ୍ୟପାଳଙ୍କ ଅଭିଭାଷଣ
·2 years ago

ଅର୍ଗସ ବ୍ୟୁରୋ: ଆରମ୍ଭ ହେଲା ବିଧାନସଭୋେ ଅଧିବେଶନ। ନବୀନଙ୍କ ପଞ୍ଚମ ପାଳିର ଶେଷ ବିଧାନସଭା ଅଧିବେଶନ ଆରମ୍ଭ । ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବାରୁ ବେଶ୍ ସରଗରମ ରହିଛି ଗୃହ । ମୋଟ ୭ଟି କାର୍ଯ୍ୟଦିବସ ଥିବାବେଳେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ଗୃହ କାର୍ଯ୍ୟ । ୮ତାରିଖରେ ଅର୍ଥମନ୍ତ୍ରୀ କାମଚଳା ବଜେଟ୍ ଉପସ୍ଥାପନ କରିବେ ଓ ୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: