|
logo
Live

Argus News - ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ ?

Odisha

ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ ?

Banajyotshna Ray
Browse all articles by Banajyotshna Ray
·1 year ago·4 min read
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ ?

ଅର୍ଗସ ବ୍ୟୁରୋ: କିଭଳି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।
ମେଷ-
ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର  ସୁଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    
ମିଥୁନ-
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି ।ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ପରିବହନ ,  ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଯେଉଁ କାମ କରିବାକୁ ଚାହିବେ ତାହା ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।   ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  
ସିଂହ-
ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ  କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ବି କର୍ମ ତତ୍ପର ରହିବେ । ଚାକିରିଆ ବ୍ୟକ୍ତି ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ 
ତୁଳା-
ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ  ମିଳିବ ।  ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ବିଛା-
ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷୀ ହେବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ  ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।
ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି ।  ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହି ହେବେ । ରାଜନୀତିରେ ପଦ ମର୍ଯ୍ୟାଦା ହରାଇପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ହୋଇପାରନ୍ତି । କଚେରି ମାମଲା ମନ୍ଥର ହୋଇପାରେ ।        
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ   ମାନଙ୍କର  ଶ୍ରଦ୍ଧା ଲାଭ କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ ? | Argus News