Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କେମିତି କଟିବ ଆଜି ଆପଣଙ୍କ ଦିନ ଜାଣନ୍ତୁ

Odisha

କେମିତି କଟିବ ଆଜି ଆପଣଙ୍କ ଦିନ ଜାଣନ୍ତୁ

Jitendra Dash
Browse all articles by Jitendra Dash
·2 years ago·4 min read
କେମିତି କଟିବ ଆଜି ଆପଣଙ୍କ ଦିନ ଜାଣନ୍ତୁ

ଅର୍ଗସ ବ୍ୟୁରୋ : ୦୨.ଶନିବାର : କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ 
ମେଷ-    
କର୍ମକ୍ଷେତ୍ରରେ ନୂଆ କାମ ହାତକୁ ନେଇ ଏହାକୁ ଆଗେଇନେବେ। ଦେହ ଭଲ ରହିବ, ମାତ୍ର ସାମୟିକ ଦୁର୍ବଳତାଜନିତ କ୍ଲାନ୍ତିବୋଧ କରିବେ। ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ ହାତ ମିଳାଇ କାମ କରିପାରନ୍ତି। ପରିବାର ମଧ୍ୟରେ ପରସ୍ପରକୁ ଦୋଷ ଦେଇ ଅଶାନ୍ତି ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। ବନ୍ଧୁବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ, ଏଣୁ ବୁଝିବିଚାରି କାମ କରନ୍ତୁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-
ବିଳମ୍ବରେ କାମ ସମ୍ପନ୍ନ ହେଉଥିବାରୁ ଆଜିର ପରିସ୍ଥିତିରେ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ। ଭୁଲ୍ ବୁଝାମଣା କାରଣରୁ ଘରୋଇ କଳହକୁ ନେଇ ଅଶାନ୍ତି ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଯେତେ ଚୁପ୍ ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –  ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ସାମାଜିକ ସ୍ତରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ବ୍ୟବସାୟ, ପରିବହନ, ରାଜନୀତି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ । ପଇସାପତ୍ରକୁ ନେଇ  ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଶ୍ରୀ  ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ତୁଳା-
ନିଜର ସ୍ୱାସ୍ଥ୍ୟ ପ୍ରତି  ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାମୁକ୍ତ ରହିବେ। ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିଛା-
କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ।  ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।  ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବିବାହିତ ଜୀବନରେ ମଧୁରତା ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । କୌଣସି ଅସୁବିଧା ନ ଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଚିନ୍ତାକରି ବିବ୍ରତ ରହିବେ। ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ । ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ। କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ। ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନୀତିରେ କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

Sponsored
Are the stars lined up in your favour? Find out the astrological prediction for Aries, Leo, and other zodiac signs for March 2, 2024. | Argus News