Videos
|
Odisha

ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ ଜାଣି ରଖନ୍ତୁ।

ମେଷ-
ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ -
ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ ଚେଷ୍ଟାକରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଅଫିସରେ ଥିବା ସମୟରେ ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ ଅଶାନ୍ତ ରହିପାରନ୍ତି। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ନିର୍ବିଘ୍ନରେ ସମ୍ପାଦିତ ହେବ। ଅଫିସ୍ରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆପଣ ଅନ୍ୟମାନଙ୍କ ସାହାଯ୍ୟ ନେଇ ଶତ୍ରୁତା ଓ ସମସ୍ୟାର ଅବସାନ ଘଟାଇବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର‌୍ୟ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମନ କଥାକୁ ଖୋଲିକରି କହିଲେ ମଧ୍ୟ ନିଜର ଲୋକମାନେ ତାହାର ସମାଲୋଚନା କରିପାରନ୍ତି। ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା, ସଭାସମିତି, ବିନା ବାଧାବିଘ୍ନରେ ସମାପନ ହେବ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ କୌଣସି ଅଜଣା ବ୍ୟକ୍ତିଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି। ବିବାଦୀୟ ଘଟଣାରେ ମଧ୍ୟସ୍ଥତାକରି ଅପମାନିତ ହୋଇପାରନ୍ତି।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ ସମ୍ପର୍କ ମନ୍ଦ ହେବନି, ତଥାପି ସାଧାରଣ କଥାକୁ ନେଇ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। ବନ୍ଧୁଙ୍କ ପାଖରେ ସମସ୍ୟାକୁ ଜଣାନ୍ତୁ; ଅବଶ୍ୟ ସହଯୋଗ ମିଳିଯିବ। ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ଅତ୍ୟଧିକ ଭ୍ରମଣ ଓ କାର‌୍ୟ୍ୟବ୍ୟସ୍ତତା କାରଣରୁ ଦେହ ସାମାନ୍ୟ ଭଲ ଲାଗି ନ ପାରେ। ପରିସ୍ଥିତି ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି କଥାବାର୍ତ୍ତା କରିବା ଭଲ। ବାକ୍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କାମରେ ତାହା ବାଧକ ହେବ ନାହିଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କରି ନିରାଶ ହେବେ। ଆନୁଷ୍ଠାନିକ କାର‌୍ୟ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାର ସୁଯୋଗ ଜୁଟିବ। ଆଇନ ଅଦାଲତ, ପ୍ରତିଯୋଗିତା, ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ପାଖପଡ଼ୋଶୀ ସହାୟତା କରିବେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର‌୍ୟ୍ୟକଳାପ ଦୁଃଖ ଦେଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ବନ୍ଧୁମାନେ ଈର୍ଷାପରାୟଣ ହୋଇ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବା କାରଣରୁ କେତେକ କାମ ଅଟକି ରହିଯିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟା ସମାଧାନ କରିବାରେ ସଫଳତା ମିଳିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Astrological prediction for November 25, 2024 | Argus News