Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଏଏସ୍‌ ସ୍ତରରେ ହେଲା ବଡ଼ ଧରଣର ଅଦଳବଦଳ

Ritu Das
Browse all articles by Ritu Das
·1 year ago·2 min read
ଓଏଏସ୍‌ ସ୍ତରରେ ହେଲା ବଡ଼ ଧରଣର ଅଦଳବଦଳ

ଅର୍ଗସ ବ୍ୟୁରୋ: ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି। ଏବେ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଅଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଭାବେ ବଦଳି ପରଠୁ ଏହି ପଦବୀ ଖାଲି ପଡ଼ିଥିଲା।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।

କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ।  ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। 

କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଥିବା ରତ୍ନାକର ସାହୁଙ୍କୁ ବାଲେଶ୍ୱର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଭାବେ ବଦଳି କରାଯାଇଛି। ଯାଜପୁର ଜିଲ୍ଲା କଳିଙ୍ଗନଗରର ଏଡିଏମ୍‌ ଥିବା ଲଙ୍କେଶ୍ୱର ଅମାତଙ୍କୁ ଭଦ୍ରକ ଏଡିଏମ୍‌ ଭାବେ ବଦଳି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇର ତହସିଲଦାର ଥିବା ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର ଭାବେ କଟକକୁ ବଦଳି କରାଯାଇଛି। 

ମୟୂରଭଞ୍ଜ ଏଡିଏମ୍‌ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍‌ ଭାବେ ବଦଳି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଦରିଦ୍ରଭଞ୍ଜ ଏମ୍‌ ଏମ୍‌ ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱର ସ୍ଥିତ ସିଡିଆଇ ଅଫିସରେ ଏସ୍‌ଆର (ଜେନେରାଲ) ଭାବେ କାର୍ଯ୍ୟ କରୁଥିବା ଦିପ୍ତୀରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ନିରଞ୍ଜନ ବେହେରାଙ୍କୁ ଜଗତସିଂହପୁରର ପାରାଦୀପର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଭାବେ ବଦଳି କରାଯାଇଛି। ପାରାଦୀପରେ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ ଭାବେ କାର୍ଯ୍ୟ କରୁଥିବା ଲଳିତ ମୋହନ ବେହେରାଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦର ସିଡିଓ-କମ୍‌-ଇଓ ଭାବେ ବଦଳି କରାଯାଇଛି। 

ଢେଙ୍କାନାଳ ସବ୍‌-କଲେକ୍ଟର ସପନ କୁମାର ନନ୍ଦଙ୍କୁ ଯାଜପୁରର କଳିଙ୍ଗନଗର ଏଡିଏମ୍‌ ବା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଓଡ଼ିଶା ଅର୍ବାନ ଇନଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡର ଏଓ ତଥା ଜାଗା ମିଶନ ଓଏସ୍‌ଡି ଥିବା ସଞ୍ଜୟ କୁମାର ରାଉତଙ୍କୁ ଓଡ଼ିଶା ଷ୍ଟେଟ ବେଭେରେଜ୍ କର୍ପୋରେସନ (ଓଏସ୍‌ବିସି)ର ମହାପ୍ରବନ୍ଧକ ଭାବେ ବଦଳି କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Sponsored
At the OAS | Argus News