ମହୁମାଛି ଆକ୍ରମଣରେ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ
·1 year ago

କୋରାପୁଟରେ ମହୁମାଛି ଆକ୍ରମଣରେ ଜଣେ ମୃତ୍ୟୁ । ସୁନାବେଡା ମୁଖ୍ୟ ରସ୍ତାର ଦକ୍ଷିଣ ଓ ପଶ୍ଚିମାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟ ନିକଟରେ ମହୁମାଛି ଆକ୍ରମଣରେ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ମୃତକ ହାଉସିଂ ବୋର୍ଡ଼ ବାସିନ୍ଦା ଅଡୁ ଚେଟି । ଅଟୋ ନେବା ପାଇଁ ଆସୁଥିବାବେଳେ ସେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ତୁରନ୍ତ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମହୁମାଛି ଆତଙ୍କରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ସେପେଟ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପାଇଁ ଜିଲ୍ଲା ପ୍ରଶାସନ ନିକଟରେ ଅନୁରୋଧ କରିଛନ୍ତି ସ୍ଥାନୀୟ ବାସିନ୍ଦା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: