Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଅର୍ଗସ ବ୍ୟୁରୋ:  ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ ।   ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର।  ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି କ୍ୟାମେରାରେ ଧବଳେଶ୍ବର ପୀଠକୁ ନିୟନ୍ତ୍ରଣ କରୁଛି ପୋଲିସ ପ୍ରଶାସନ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

ମହାପଞ୍ଚୁକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ। ଲକ୍ଷ୍ମୀନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି।  ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ 38 ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ଅଛନ୍ତି।  କେବଳ ଶ୍ରୀମନ୍ଦିର ସିଂହଦ୍ଵାରରେ ପ୍ରବେଶ ଓ ଅନ୍ୟ ତିନି ଦ୍ୱାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Baba dhabaleswar is appearing in chandrachuda besa | Argus News