Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଶୋକ ବ୍ୟକ୍ତ କଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·11 months ago·1 min read
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଶୋକ ବ୍ୟକ୍ତ କଲେ ଧର୍ମେନ୍ଦ୍ର ପ୍ରଧାନ

Key Points

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

ଛାତ୍ରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିଛନ୍ତି

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା । ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଗଲେ ବଳଙ୍ଗାର ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସଂଧ୍ୟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଛାତ୍ରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି ଯେ, ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଘଟିଥିବା ଅଭାବନୀୟ ଘଟଣାରେ ଚିକିତ୍ସାଧିୀନ ଥିବା ନାବାଳିକାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଏହି କଠିନ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅପାର ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ। 


ଉଲ୍ଲେଖଯୋଗ୍ୟ ଯେ ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ଗତ ଜୁଲାଇ ୨୦ରେ ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ଅଂଶ ପୋଡ଼ିଯାଇଥିବା କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଦିଲ୍ଲୀ ଏମ୍ସରେ ବିଶେଷଜ୍ଞ ଡାକ୍ତରଙ୍କ ଏକ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଥିଲେ । ଚିକିତ୍ସାଧୀନ ଅବସ୍ଥାରେ ହିଁ ଆଜି ପୀଡିତାଙ୍କର ମୃତ୍ୟୁ ଘଟିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
balanga-girl-died-dharmendra-pradhan-expresses-mourn | Argus News