Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବାଲିଅନ୍ତା ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

Odisha

Crime Branch Enquiry / ବାଲିଅନ୍ତା ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

Bikash Mohanty
Browse all articles by Bikash Mohanty
·2 hours ago·2 min read
ବାଲିଅନ୍ତା ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
Somyaranjan

Key Points

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
କ୍ରାଇମ୍‌ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଏଭଳି ଘଟଣାର ପୁନରାବୃତ୍ତି ନ ହେବା ପାଇଁ କଡ଼ା ତାଗିଦ୍
୧୦/୦୫,ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣାରେ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ କ୍ଷୁବ୍‌ଧ । କ୍ରାଇମ୍‌ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏଭଳି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ, ସେଥିପାଇଁ ଡି.ଜି.ପି’ଙ୍କୁ କଡ଼ା ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍‌ବ୍ରାଞ୍ଚ୍‌ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ଵତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ. ଦେବଦତ୍ତ ସିଂହ ଏବଂ ଡ଼ି.ସି.ପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ପୋଲିସର ତଦନ୍ତ ଜାରି
ବାଲିଅନ୍ତା ପୋଲିସ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ଫ୍ଲାଗ୍ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କରାଯାଇଛି। ସିସିଟିଭି ଫୁଟେଜ୍ ଏବଂ ସୋସିଆଲ ମିଡିଆ ଭିଡିଓ ଆଧାରରେ ୧୧ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। କେଉଁ ପରିସ୍ଥିତିରେ ଏବଂ କେଉଁ କାରଣରୁ ଏହି ହତ୍ୟାକାଣ୍ଡ ଘଟିଲା, ତାହାର ଗୁମର ଏବେ କ୍ରାଇମ୍ବ୍ରାଞ୍ଚ ଖୋଲିବ।  ବାଲିଅନ୍ତା ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ଘଟଣାରେ ଆଉ ୬ ଗିରଫ । ଗିରଫଦାରୀ ସଂଖ୍ୟା ୧୧କୁ ବୃଦ୍ଧି । ପୂର୍ବରୁ ୫ ଜଣଙ୍କୁ ଗିରଫ କରି ଝାରପଡା ଜେଲ୍ ପଠାଇଛି ପୋଲିସ । ଡ଼ିସିପିଙ୍କ ସୂଚନା ଅନୁସାରେ ବାଲିଅନ୍ତା ଥାନାରେ ଦୁଇଟି ପୃଥକ ପୃଥକ ଏତଲା କରାଯାଇଛି। ଗୋଟେ ଏତଲା ଯୁବକଙ୍କ ବାପା ଦେଇଥିବା ବେଳେ ଅନ୍ୟ ଏକ ଏତଲା ଅସଦାଚରଣ ଶିକାର ହୋଇଥିବା ଯୁବତୀଙ୍କ ପକ୍ଷରୁ କରାଯାଇଛି। ମୃତ ଯୁବକଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ଯେଉଁ ମାନେ ଯୁବକଙ୍କୁ ମାଡ଼ ମାରିଛନ୍ତି ଭିଡିଓ ଗୁଡ଼ିକ ତଦନ୍ତ କରାଯାଇ ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। 

ପଢନ୍ତୁ ଏହି ଖବର: ରହସ୍ୟ ଘେରରେ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା,ସତ ଜାଣିବାକୁ ପୋଲିସର ତନାଘନା

ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡର ସତ କଣ ?

ସେପଟେ ମୃତ ସୌମ୍ୟଙ୍କ ସାଙ୍ଗ ଓ ପିଡ଼ିତା ଅଲଗା ଅଲଗା ବୟାନ ଦେଇଛନ୍ତି । ପିଡ଼ିତାଙ୍କ କହିବା କଥା ତାଙ୍କ ସହ ଅସଦାଚରଣ କରାଯାଇଛି। ମାଡ଼ ମରାଯିବା ସହ ତାଙ୍କୁ ଉଠାଇ ନେବାକୁ ମଧ୍ୟ ସାଙ୍ଗକୁ କହୁଥିଲେ ମୃତ ସୌମ୍ୟରଞ୍ଜନ। ସୌମ୍ୟଙ୍କ ସାଙ୍ଗ କିନ୍ତୁ ଅଲଗା କଥା କହୁଛନ୍ତି। ଓମଙ୍କ କହିବା କଥା କମେଣ୍ଟ ମାରି ନାହିଁ କି ଦୁଷ୍କର୍ମ କରିବାକୁ ଉଦ୍ୟମ କରିନାହିଁ। ଗଣମାଧ୍ୟମ ଆଗରେ ମିଛ କହୁଛନ୍ତି ଦୁଇ ଯୁବତୀ । ସୌମ୍ୟ କୌଣସି ଦୁଷ୍କର୍ମ ଉଦ୍ୟମ କରିନଥିଲା।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Crime Branch Enquiry | Odisha CM Orders Crime Branch Probe Into Balianta Mob Lynching Case | Argus News