Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବନଭୋଜି ବେଶରେ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବେ ମହାପ୍ରଭୁ

Smruti Parija
Browse all articles by Smruti Parija
·11 months ago·1 min read
ବନଭୋଜି ବେଶରେ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବେ ମହାପ୍ରଭୁ

Key Points

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

ଶବରୁଣୀ ଠାରୁ କୋଳି ଖାଇବେ ମହାପ୍ରଭୁ

18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବେ ମହାପ୍ରଭୁ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।


ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀ ଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

Sponsored
banabhoji-besa-of-lord-jagannatha-to-be-performed-at-puri-temple-argus-news | Argus News