Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

ଅର୍ଗସ ବ୍ୟୁରୋ:  ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ | ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ  ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ |

ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀ ଠାରୁ କୋଳି ଆଣି ମହାପ୍ରଭୁଙ୍କୁ  ସମର୍ପଣ ଓ ମଣୋହି କରିଵା ପରେ  ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ | ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ  ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି  | ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ |

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Banabhoji Besha will be held in lord jagannath | Argus News