|
logo
Live

Argus News - ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Odisha

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Jitendra Dash
Browse all articles by Jitendra Dash
·2 years ago·1 min read
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଅର୍ଗସ ବ୍ୟୁରୋ : ଆସନ୍ତାକାଲି ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ । ବନକ ଲାଗିନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ । ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି ବୁଧବାର ଦିନ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ପୁଣି ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିପାରିବେ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ | Argus News