Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Odisha

ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅର୍ଗସ ବ୍ୟୁରୋ:  ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି । ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ବନ୍ଦ୍ ରହିବ ସର୍ବସାଧାରଣ ଦର୍ଶନ । ଆପାତତଃ ଅପରାହ୍ନ ୫ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଜଗନ୍ନାଥ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ । ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ପରେ ବନକଲାଗି ବା ଶ୍ରୀମୁଖସିଂହାର ନୀତି ଅନୁଷ୍ଠିତ ହେବ ।


ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି’ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ ।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ଫଳରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ କରିବାରୁ ବଞ୍ଚିତ ରହିଥାନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Banakalagi Niti of Holy Trinity Tomorrow | Argus News