ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ପୁରୀ: ଆଜି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ହେବ ଅନୁଷ୍ଠିତ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ 5 ଟା ରୁ ରାତ୍ର 10 ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି।
ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ | ତେବେ ବନକଲାଗି ନୀତି ପାଇଁ ଆଜି ଓ ଆସନ୍ତାକାଲି ଏଏସଆଇ ତରଫରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ଜଗତର ନାଥ ଜଗନ୍ନାଥଙ୍କ ଦର୍ଶନ ନିମନ୍ତେ କାହିଁ କେଉଁ ଦୂରଦୂରାନ୍ତରରୁ ଧାଇଁ ଆସିଥାନ୍ତି ଭକ୍ତଗଣ।
ଅଧିକ ପଢ଼ନ୍ତୁ ଓଡିଶା ଖବର: