ଆଜି ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ଅର୍ଗସ ବ୍ୟୁରୋ : ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଆଜି ଆପାତତଃ ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।