ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ପୁରୀ ଶ୍ରୀମନ୍ଦିରରେ ଆଜି 4 ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବାୟତମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରାମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ଥିବାବେଳେ ରାତି ୧୦ଟା ପରେ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ସୂଚନା ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...