Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Cyclone Alert / ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,,ଆସନ୍ତା ୧୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବା ସମ୍ଙାବନା

Bikash Mohanty
Browse all articles by Bikash Mohanty
·2 months ago·2 min read
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,,ଆସନ୍ତା ୧୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବା ସମ୍ଙାବନା
Weather

Key Points

ଆସୁଛି ଲଘୁଚାପ, ଭିଜିବ ଓଡ଼ିଶା 
୧୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବ
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା
୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ପାଣିପାଗ ବିଭାଗର ଆକଳନ



୦୯/୦୫,ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟାକୁ ନେଇ ଦ୍ବନ୍ଦ୍ବ ବଢ଼ୁଥିବା ବେଳେ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ବ୍ୟାପିଛି। ଘୂର୍ଣ୍ଣିବଳୟଟି ଆହୁରି ଘନୀଭୂତ ହୋଇ ୧୨/୧୩ ବେଳକୁ ଲଘୁଚାପରେ ପରିଣତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ହେଲେ ଅବପାତ ସୃଷ୍ଟି ସମ୍ଭାବନା କମ ବୋଲି କହିଛି ପାଣିପାଗ ବିଭାଗ। ତେବେ ଲଘୁଚାପ ମଧ୍ୟ କେଉଁ ଆଡକୁ ଗତି କରିବ ତାହା ମଧ୍ୟ ଅସ୍ପଷ୍ଟ। ତଥାପି ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ସେପଟେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।

ଆସନ୍ତା ତିନି ଦିନରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ଯାଏ ବଢ଼ିପାରେ । ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତଥାପି ତାତି ୪୦ ଡିଗ୍ରୀ ତଳେ ରହିବ ବୋଲି ଆକଳନ ରହିଛି।

ପଢନ୍ତୁ ଏହି ଖବର: ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ,ନେବ କି ବାତ୍ୟାର ରୂପ, ମେ ମାସ ଆସିଲେ ବଢ଼େ ବାତ୍ୟା ଭୟ

ଆଜି ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିପାରେ । ବାକି ସବୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ । ୧୦ ତାରିଖରେ କେବଳ ବୌଦ୍ଧକୁ ଛାଡ଼ି ବାକି ସବୁଠି ତାତି ୪୦ ଡିଗ୍ରୀ ତଳେ ରହିପାରେ । ୧୨ ତାରିଖ ଯାଏ ବି ଏଭଳି ସ୍ଥିତି ରହିବ ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ୧୦ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । ଅନ୍ୟପଟେ ଦକ୍ଷିଣ ଆଣ୍ଡାମାନ ସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି। ଆସନ୍ତା ୧୩ରେ ଲଘୁଚାପ ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ ବିଭାବ ପକ୍ଷରୁ ଆକଳନ କରାଯାଇଛି।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored