Videos
|
Odisha

Low Pressure / ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଲଘୁଚାପ କ୍ଷେତ୍ର ସୃଷ୍ଟି

Ritu Das
Browse all articles by Ritu Das
·10 months ago·2 min read
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଲଘୁଚାପ କ୍ଷେତ୍ର ସୃଷ୍ଟି

Key Points

ବର୍ଷାରେ ଭିଜିବ ପାର୍ବଣ। ଓଦା ହେବ ନବମୀ, ଦଶମୀ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ।

ବର୍ଷାରେ ଭିଜିବ ପାର୍ବଣ। ଓଦା ହେବ ନବମୀ, ଦଶମୀ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହା ସମୁଦ୍ର ପତ୍ତନଠୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ରାଜ୍ୟର ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପାଇଁ ସାରା ରାଜ୍ୟକୁ ବର୍ଷା ହେବା ନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହିପରି ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ସମ୍ଭାବ୍ୟ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ୩୫ରୁ ୪୫ କିମି ବେଗରେ ପବନ ବ‌ହିବ । ତେଣୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଦିଆଯାଇଛି।

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦଶହରା ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Low-Pressure Area Likely to Form Over Bay of Bengal Within 12 Hours | Argus News | Argus News