Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·10 months ago·1 min read
ବଙ୍ଗୋପସାଗରରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା

Key Points

ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ।

ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଯାହା ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 8ଟା 30 ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି ।


ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ସେପଟେ ଆଜି ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷାକୁ ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Another Low-Pressure Area Forms Over Bay of Bengal, Heavy Rain Likely | Argus News | Argus News