ସାବଧାନ ! ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ଅଧା ରାଜ୍ୟକୁ ୟେଲୋ ଓ୍ୱାର୍ଣ୍ଣିଂ

Key Points
ପାଖାପାଖି ୧୫ ରାଜ୍ୟରେ ବର୍ଷା ସମ୍ଭାବନା ।
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଉପରେ ସକ୍ରିୟ ରହିଥିବା ବେଳେ ଆଗାମୀ ୭ ଦିନ ପାଇଁ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବିଜୁଳି ମାରିବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ୭ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।